Home ରାଜ୍ୟବେଲଟୁକୁରୀ ରେ ପ୍ରବାସୀ ଶ୍ରମିକ ସଚେତନତା ସଭା।

ବେଲଟୁକୁରୀ ରେ ପ୍ରବାସୀ ଶ୍ରମିକ ସଚେତନତା ସଭା।

by Maraguda Express
0 comments

ନୂଆପଡ଼ା- ୩/୧୦ (ସୁରେନ୍ଦ୍ର ତିୱାରୀ) ନୂଆପଡ଼ା ଜିଲ୍ଲା ବେଲଟୁକୁରୀ ପଞ୍ଚାୟତରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ବନଖଣ୍ଡ ଅଧିକାରୀ ଖଡ଼ିଆଳ ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ, ସ୍ଥାନୀୟ ସରପଞ୍ଚ ପୂଜା ଚନ୍ଦ୍ରାକର, ସମିତି ସଭ୍ୟ ନିଲ୍ କମଲ ଚନ୍ଦ୍ରାକର ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ନୂଆପଡ଼ା ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ ।ସଭାରେ ଅତିଥି ମାନେ ଓ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟଅଧିକାରୀ ଯୋଗଦେଇ ଶ୍ରମିକ ,କୃଷକ ,ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭାଗୀୟ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ ।

ଜିଲ୍ଲାପାଳ ସମସ୍ତଙ୍କୁ ସମ୍ବୋଧନ କରି କହିଲେଯେ ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ l ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି ।ଯେଉମାନେ ଗତ ବର୍ଷ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇଥିଲେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ।ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ। ଏହି ଅବସରରେ ପଞ୍ଚାୟତ ପାଇଁ ଏକ ବର୍ତ୍ତନ ବ୍ୟାଙ୍କ୍ ର ଶୁଭ ଉଦ୍ଘାଟନ ହୋଇଥିଲା। ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ନୂଆପଡ଼ା ବିଡ଼ିଓ, ସିଡିପିଓ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆୟୋଜନ କରିଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha