Home ରାଜ୍ୟଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି : ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ , ସକାଳ ୭ ରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ଭୋଟଦାନ।

ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି : ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ , ସକାଳ ୭ ରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ଭୋଟଦାନ।

by Maraguda Express
0 comments

ନୂଆପଡା -୧୩/୧୦ (ସୁରେନ୍ଦ୍ର ତିୱାରୀ) ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି । ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୧ (ମଙ୍ଗଳବାର) ତାରିଖ ସକାଳ ୭ ଟାରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ । ଅନ୍ୟ ପକ୍ଷରେ ମାଓ ପ୍ରବଣ ଅଞ୍ଚଳର ୪୭ ଟି ବୁଥ୍‌ରେ ସକାଳ ୭ ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ନଭେମ୍ବର ୧୬ ( ରବିବାର) ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha