ନୂଆପଡା -୧୯/୨୦ (ସୁରେନ୍ଦ୍ର ତିୱାରୀ) ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପନିର୍ବାଚନକୁ ସମ୍ପୂର୍ଣ୍ଣ ଶାନ୍ତି ଶୃଙ୍ଖଳା ଓ ନିରପେକ୍ଷ ଭାବରେ ପରିଚାଳିତ କରିବା ସହିତ ସମଗ୍ର ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଭାରତ ନିର୍ବାଚନ କମିଶନ୍ ଙ୍କ ଦ୍ଵାରା ତିନି ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି । ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ହିସାବରେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ପ୍ରକାଶ ବିନ୍ଦୁ, ଖର୍ଚ୍ଚ ପର୍ଯ୍ୟବେକ୍ଷକ ହିସାବରେ ଅତୁଲ୍ ପାଣ୍ଡେ, ଭାରତିୟ ରାଜସ୍ଵ ସେବା, ଏବଂ ପୋଲିସ୍ ପର୍ଯ୍ୟବେକ୍ଷକ ହିସାବରେ ବି ଶଙ୍କର୍ ଜଇସ୍ୱାଲ୍ , ଭାରତୀୟ ପୋଲିସ୍ ସେବା ନୂଆପଡାରେ ନିଜନିଜ ଦାୟିତ୍ୱରେ ଯୋଗ ଦେବେ l ସୂଚନାଯୋଗ୍ୟ ଯେ ନିର୍ବାଚନ ଆୟୋଗ ପର୍ଯ୍ୟବେକ୍ଷକମାନଙ୍କୁ ନିର୍ବାଚନ ପ୍ରକ୍ରିୟାର ସମସ୍ତ ପ୍ରକ୍ରିୟାକୁ ନିକଟରୁ ଅନୁସରଣ କରି, ସ୍ୱଚ୍ଛ, ନିରପେକ୍ଷ ଓ ପାରଦର୍ଶୀ ଭାବରେ ନିର୍ବାଚନ ପରିଚାଳନା ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି l ପର୍ଯ୍ୟବେକ୍ଷକମାନେ ରାଜନୈତିକ ଦଳ, ପ୍ରାର୍ଥୀ ଓ ମତଦାତାଙ୍କ ପାଇଁ ସବୁବେଳେ ଉପଲବ୍ଧ ରହି, ତାଙ୍କ ଅଭିଯୋଗ ଓ ଅସୁବିଧାଗୁଡିକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେମାନେ ମତଦାନ କେନ୍ଦ୍ରଗୁଡ଼ିକୁ ଭ୍ରମଣ କରି, ଆୟୋଗ ଦ୍ୱାରା ନିକଟରେ ନିଆଯାଇଥିବା ପଦକ୍ଷେପମାନଙ୍କ ସଠିକ କାର୍ଯ୍ୟାନ୍ୱୟନ ଓ ମତଦାତାଙ୍କ ସୁବିଧା ସୁନିଶ୍ଚିତ କରିବେ।
ନୂଆପଡା ଉପନିର୍ବାଚନ ପାଇଁ
ଅଦ୍ୟାବଧି ୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ଆଶ୍ରୟ ମହାନନ୍ଦ – ସ୍ଵାଧୀନ ପ୍ରାର୍ଥୀ, ଶୁକଦେବ ଦଣ୍ଡସେନା -ଓଡିଶା ଜନତା ଦଳ , ପୁରୁଷୋତ୍ତମ ବେହେରା -ସ୍ୱାଧୀନ, ଘାସିରାମ ମାଝୀ -ଭାରତୀୟ ଜାତୀୟ କଂଗ୍ରେସ ଏବଂ ଜୟ ଢୋଲକିଆ -ଭାରତୀୟ ଜନତା ଦଳ ।ନିର୍ବାଚନ ବିଜ୍ଞପ୍ତି ଅନୁସାରେ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦ ତାରିଖ ଧାର୍ଯ୍ୟ ହୋଇଛି l ଅକ୍ଟୋବର ୨୨ ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୧ ତାରିଖରେ ଭୋଟ ଗ୍ରହଣ ଏବଂ ନଭେମ୍ବର ୧୪ ତାରିଖ ରେ ଗଣତି ହୋଇ ୧୬ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ l ନିର୍ବାଚନ ତଦାରଖ ପ୍ରକ୍ରିୟାରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ନୂଆପଡ଼ା ଉପନିର୍ବାଚନ ତଦାରଖ କରିବା ପାଇଁ ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ।
38
previous post