Home ରାଜ୍ୟନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଜୋର୍ ହେଲା।

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଜୋର୍ ହେଲା।

୪୯ ଲକ୍ଷ ୮୭ ହଜାର ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ ଓ ୩ଟି ବାଇକ୍ ଜବତ।

by Maraguda Express
0 comments

ନୂଆପଡା- ୨୨/୧୦ (ସୁରେନ୍ଦ୍ର ତିୱାରୀ) ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଅଭିଯାନ ଜୋର୍ ହୋଇଛି l ଗତକାଲି ବିଭାଗୀୟ ଅଧିକାରୀ ଯାଞ୍ଚ କରି ୨୯୫ ଲି ହାତ ରନ୍ଧା ମଦ,୨୫ଲି ବାହାର ଭାଟି ମଦ ଏବଂ ୭୯୫୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୪ଲକ୍ଷ ୬୨ ହଜାର ଟଙ୍କା ହେବ l ଅଦ୍ୟାବଧି ଅବକାରୀ ବିଭାଗ ୬୩ଲି ବିଅର୍, ୩୨.୫ଲି ବିଦେଶୀ ମଦ, ୩୪୧୦ଲି ହାତ ରନ୍ଧା ମଦ,୫୭୦ଲି ବାହାର ଭାଟି ମଦ ,୪ କେଜି ଗଞ୍ଜେଇ ଏବଂ ୭୮,୩୦୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୪୯ ଲକ୍ଷ ୮୭ ହଜାର ଟଙ୍କା ହେବ l ଏହା ସହିତ ତିନୋଟି ବାଇକ୍ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha