
ନୂଆପଡ଼ା -୨/୧୨(ମାରାଗୁଡ଼ା ଏକ୍ସପ୍ରେସ) ନୂଆପଡ଼ା ଜିଲ୍ଲା ସଦର ବ୍ଲକ ସାରାବଙ୍ଗ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ , ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,ଉପଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ, ତହସିଲଦାର ପ୍ରଣବ ରଞ୍ଜନ ସାହୁ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ । ନୂଆପଡ଼ା ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ ,କୃଷକ , ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ l ଜିଲ୍ଲାପାଳ ସମସ୍ତଙ୍କୁ ସଂଵୋଧନ କରି କହିଲେଯେ ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ l ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ଯେଉଁ ମାନେ ଗତ ବର୍ଷ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇଥିଲେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ l ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ ।
ପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଜିଲ୍ଲାପାଳ ନବଜାତକ ଶିଶୁ କନ୍ୟାକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ ।ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ ।

ସାରାବଙ୍ଗ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ।
46