Home ରାଜ୍ୟଖଡିଆଳ ବ୍ଲକ୍ ରିଷିଗାଁ ରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ।

ଖଡିଆଳ ବ୍ଲକ୍ ରିଷିଗାଁ ରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ।

ନୂତନ ବର୍ତ୍ତନ ବ୍ୟାଙ୍କ୍ ଉଦ୍ଘାଟିତ।

by Maraguda Express
0 comments

ନୂଆପଡା -୧୫/୧୨ (ସୁରେନ୍ଦ୍ର ତିୱାରୀ) ନୂଆପଡ଼ା ଜିଲ୍ଲା
ଖଡିଆଳ ବ୍ଲକ୍ ରେ ଅଭିଯୋଗ ଶୁଣାଣି ଶିବିର ପରେ ଅପରାହ୍ନରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ରିଷିଗାଁ ଗ୍ରାମ ପଞ୍ଚାୟତର ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି ଶିବିରରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ, ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, ଜିଲ୍ଲାପରିଷଦ ସଦସ୍ୟ ମାଲ୍ୟବନ୍ତ ସୁନା ,ବିଡ଼ିଓ ମିଲନ କୁମାର ଝାଙ୍କର, ସ୍ଥାନୀୟ ସରପଞ୍ଚ ସୁବାସ ନାଗ, ଜି ପି ଇ ଓ ଦେବୀ ପ୍ରସାଦ ମେହେର ପ୍ରମୁଖ ଯୋଗ ଦେଇଥିଲେ।ଏହି ପଞ୍ଚାୟତରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସମାରୋହରେ ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟା ହସିନା ଛାତ୍ରିଆକୁ କୋଳରେ ଧରି ଆଶିର୍ବାଦ ପ୍ରଦାନ କରିଥିଲେ। କନ୍ୟାର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ରୋପଣ ପାଇଁ ପ୍ରଦାନ କରି ଥିଲେ । ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଦୁଇ ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ । ଏହାପରେ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ସମସ୍ଯା ଦୂର କରିବା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲାl ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧରୁଆ ସମସ୍ତଙ୍କୁ ସ୍ବାଗତ କରି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସଭାରେ ଅତିଥି ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଜନ ସାଧାରଣଙ୍କୁ ପ୍ରବାସୀ ଶ୍ରମିକ ପ୍ରଥାର ଅପକାରୀତା ଓ ଏହାକୁ କିଭଳି ଭାବେ ନିରାକରଣ କରାଯାଇ ପାରିବ ସେ ବିଷୟରେ ସୂଚନା ଦେଇଥିଲେ । ଏହା ସହିତ ନୂଆପଡ଼ା ଥରେମାତ୍ର ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଜିଲ୍ଳା ଘୋଷିତ ହୋଇଥିବାରୁ ଏସବୁର ବ୍ୟବହାର ନ କରିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା । ଏହା ସହିତ ବିବାହ ତଥା ପର୍ବ ପର୍ବାଣୀରେ ପ୍ଲାଷ୍ଟିକ ଖଲି ଦନା ଗ୍ଲାସ୍ ଇତ୍ୟାଦିର ବ୍ୟବହାର ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ଏକ ବର୍ତ୍ତନ ବ୍ୟାଙ୍କ୍ ର ଉଦ୍ଘାଟନ କରିଥିଲେ । ଜିଲ୍ଲାପାଳ ସମସ୍ତଙ୍କୁ ସଂଵୋଧନ କରି କହିଲେ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ସୁବିଧା ସୁଯୋଗ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ । ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି । ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ । ମନରେଗା ଯୋଜନାରେ ଅଧିକ ଦିନ କାମ କରିଥିବା ଶ୍ରମିକ ମାନଙ୍କୁ ସଭାରେ ସମ୍ବର୍ଦ୍ଧିତ କରା ଯାଇଥିଲା । ଏହି ଶିବିରକୁ ଖଡିଆଳ ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ , ସିଡିପିଓ , ସ୍ଥାନୀୟ ସରପଞ୍ଚ, ପଞ୍ଚାୟତିରାଜ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha