68
ନୂଆପଡ଼ା – ୨୮/୧ ( ମାରାଗୁଡ଼ା ଏକ୍ସପ୍ରେସ) ନୂଆପଡାରେ ଜିଲ୍ଲା ପୋଲିସ୍ ଓ ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁବାସ ଚନ୍ଦ୍ର ରଇତ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପ୍ରଫୁଲ୍ଲ କୁଜୁର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଶ୍ରୀମତୀ ସୁର୍ମି ସୋରେନ, ସମସ୍ତ ପ୍ରଶାସନିକ ଅଧିକାରୀ ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, ଜିଲ୍ଲା ପରିଷଦ ଏ .ପି. ଡି. କ୍ଷମାନିଧି ଭୋଇ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଅବକାରୀ ଅଧିକ୍ଷକ ସଂଘମିତ୍ରା ପ୍ରଧାନ, ଆର୍ ଟି ଓ ଶର୍ମିଲା ମହାରଣା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡାଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ବୈଠକରେ ସମସ୍ତଙ୍କୁ ସ୍ଵାଗତ କରି ଜିଲ୍ଲାପାଳ ଏହାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।


