51
ନୂଆପଡ଼ା -୩୧/୦୧- ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗତକାଲି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକର ଆରମ୍ଭରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ପ୍ରଶାନ୍ତ କୁମାର ମହାନ୍ତି ସମସ୍ତ ଉପସ୍ଥିତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ବିଭାଗ ପକ୍ଷରୁ ଗ୍ରହଣ କରାଯାଉଥିବା ବିଭିନ୍ନ ଯୋଜନା ଓ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ତଥ୍ୟ ରଖିଥିଲେ।ବୈଠକର ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ଦାଶ ଜନ ଶୁଣାଣି ପୋର୍ଟାଲ୍ ମାଧ୍ୟମରେ ଶିକ୍ଷା ସମ୍ପର୍କିତ ଆସୁଥିବା ସମସ୍ତ ଅଭିଯୋଗକୁ ୭ ଦିନ ମଧ୍ୟରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶିକ୍ଷା ବିଭାଗରେ ଗୁଣାତ୍ମକ ସେବା ପ୍ରଦାନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।



