Home ରାଜ୍ୟନୂଆପଡ଼ାରେ ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା’ ଆଜି ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ – ମହିଳା ଉଦ୍ୟୋଗୀ ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ।

ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା’ ଆଜି ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ – ମହିଳା ଉଦ୍ୟୋଗୀ ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ।

by Maraguda Express
0 comments
ନୂଆପଡ଼ା -୧୦/୩-(ମାରାଗୁଡ଼ା ଏକ୍ସପ୍ରେସ)ଓଡ଼ିଶା ର ମହିଳା ଉଦ୍ୟୋଗୀତା ସହିତ ସାଂସ୍କୃତିକ ପରମ୍ପରାକୁ ଆଗେଇ ନେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ “ସୁଭଦ୍ରା ଶକ୍ତି ମେଳା” ମାର୍ଚ୍ଚ ୧୦ ରୁ ୧୬ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ହେବ। ଆଜି ମେଳାର ପ୍ରଥମ ଦିବସ ୧୦ ମାର୍ଚ୍ଚ ୨୦୨୬ ରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମଧୁସୂଦନ ଦାଶ ସଭାପତିତ୍ୱ କରିବେ l ଏଥିରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା, ଶ୍ରୀମତୀ ଡଲି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ସମାରୋହରେ ନୂଆପଡ଼ା ଆରକ୍ଷୀ ଅଧିକ୍ଷକ, ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଖଡିଆଳ, ଅଜିଜ ଖାନ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା, ଶ୍ରୀମତୀ ତାରେଶ୍ୱରୀ ସାହୁ, ଖରିଆର ରୋଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା, ଡଃ ସୋନିଆ ଜୈନ ଓ ଜିଲ୍ଲା ପରିଷଦ ସଭ୍ୟା, ଶ୍ରୀମତୀ ଉମା ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗଦେବେ।
ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳାରେ ଜିଲ୍ଲାର ତଥା ରାଜ୍ୟର ପ୍ରାୟ ୩୦୦ ଉଦ୍ୟୋଗୀ ଓ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ତାଙ୍କର ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉତ୍ପାଦ, ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ କରିବେ। ଏହା ସହିତ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ଉଦ୍ଭାସିତ କରିବା ପାଇଁ ବିଭିନ୍ନ ସାହିତ୍ୟିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେବ।ପ୍ରଥମ ଦିବସ ସନ୍ଧ୍ୟାରେ ଆୟୋଜିତ ଷ୍ଟାର୍ ନାଇଟ୍ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କଳାକାର ଭାଗ୍ୟଶ୍ରୀ, ଦେବେଶ ପତି ଓ ଶୁଭଲକ୍ଷ୍ମୀଙ୍କ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ମନୋରଞ୍ଜନ କରିବ। ଏହି ଅବସରରେ ଜିଲ୍ଲାପାଳ କହିଛନ୍ତି ଯେ
“ସୁଭଦ୍ରା ଶକ୍ତି ମେଳା” ମାଧ୍ୟମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କ ଉତ୍ପାଦକୁ ବଜାର ସୁବିଧା ଯୋଗାଇବା ସହିତ ମହିଳା ସଶକ୍ତିକରଣକୁ ଆହୁରି ମଜବୁତ କରିବାର ଲକ୍ଷ୍ୟ ରହିଛି। ଜିଲ୍ଲାବାସୀଙ୍କୁ ଏହି ମେଳାରେ ବହୁ ସଂଖ୍ୟାରେ ଯୋଗଦେଇ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବାକୁ ସେ ଅନୁରୋଧ କରିଛନ୍ତି।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha