3
ନୂଆପଡା- ୧୧/୦୩ – (ମାରା ଗୁଡ଼ା ଏକ୍ସପ୍ରେସ) ନୂଆପଡ଼ା ଜିଲ୍ଲାରେ ଜିଲ୍ଲାପାଳ ମଧୁସୁଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ମାସିକ ସମୀକ୍ଷା ବୈଠକ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଗତ କାଲି ଅନୁଷ୍ଠିତ ହୋଇଯାଇଛି। ଆରମ୍ଭରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଅନନ୍ତ କୁମାର ହେମ୍ବ୍ରମ ସମସ୍ତଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସମୀକ୍ଷା ବୈଠକରେ ବିଭାଗର ସମସ୍ତ ଯୋଜନା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଏଥିରୁ ଜଣାଗଲା ଯେ, ବର୍ତ୍ତମାନ ଜିଲ୍ଲାରେ ୧୧୦୯୪୯ ଜଣ ହିତାଧିକାରୀ ବାର୍ଦ୍ଧକ୍ୟ ,ବିଧବା ତଥା ଭିନ୍ନକ୍ଷମ ଭତ୍ତା ପାଉଛନ୍ତି।
