15

ନୂଆପଡ଼ା – ୩୧/୦୩ – ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ କରଣବାହାଲି ଗ୍ରାମ ପଞ୍ଚାୟତରେ ଗତକାଲି ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭା ରେ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଦ୍ବାରିକାନାଥ ଶତପଥୀ, ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝି,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଧୁରୀ ମାଝୀ, ଉପାଧ୍ୟକ୍ଷା ଶ୍ରୀମତୀ ମୀନା ଘିବେଲା, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ପୁଷ୍ପାଞ୍ଜଳୀ ଗୁଆଲ ,ସ୍ଥାନୀୟ ସରପଞ୍ଚ ଉଦିତ ନାରାୟଣ ଖର୍ସେଲ୍ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ, ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ।

