Home ରାଜ୍ୟଜିଲ୍ଲାପାଳ–ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୧୩୯ଟି ଅଭିଯୋଗର ଶୁଣାଣି, ତ୍ୱରିତ ସମାଧାନ ପାଇଁ କଡ଼ା ନିର୍ଦ୍ଦେଶ।

ଜିଲ୍ଲାପାଳ–ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୧୩୯ଟି ଅଭିଯୋଗର ଶୁଣାଣି, ତ୍ୱରିତ ସମାଧାନ ପାଇଁ କଡ଼ା ନିର୍ଦ୍ଦେଶ।

by Maraguda Express
0 comments
ନୂଆପଡ଼ା -୦୪/୦୮- ନୂଆପଡ଼ା ସଦର ମହକୁମାସ୍ଥିତ ସଦ୍‌ଭାବନା ସଭାଗୃହରେ ସୋମବାର ଦିନ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଳ ସିଂଙ୍କ ଉପସ୍ଥିତିରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନକୁ ଗୁରୁତ୍ୱ ଦେଇ ଏହି ଶିବିରରେ ମୋଟ ୧୩୯ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା।
ପଞ୍ଜିକୃତ ଅଭିଯୋଗ ମଧ୍ୟରୁ ୧୧୯ଟି ବ୍ୟକ୍ତିଗତ, ୧୯ଟି ସାମୂହିକ ଏବଂ ୧ଟି ରେଡ୍ କ୍ରସ ସମ୍ବନ୍ଧୀୟ ଆବେଦନ ଥିଲା। ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗର ଗୁରୁତ୍ୱର ସହ ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ, ଜନସାଧାରଣଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରି ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବା ପ୍ରଶାସନର ପ୍ରମୁଖ ଦାୟିତ୍ୱ। ବିଶେଷକରି ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ସେ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଶିବିର ସହିତ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା। ସେହିପରି ରେଡ୍ କ୍ରସ ପାଣ୍ଠିରୁ କୁରୁମପୁରୀ ଗ୍ରାମର ବେଲମତୀ ସତନାମୀଙ୍କୁ ଜରୁରୀ ସହାୟତା ସ୍ୱରୂପ ୫,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ବିଭିନ୍ନ ବନଖଣ୍ଡ ଅଧିକାରୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ନୂଆପଡ଼ା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ ନସୀମ, ରୋଶନ ଜେନା ଏବଂ ନୂଆପଡ଼ା ବିଡିଓ ରୋହିତ ଭୋଇ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଏହି ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Useful Links

Edtior's Picks

Latest Articles

All Right Reserved. Designed and Developed by Web Odisha