21
🌱 ବୃକ୍ଷରୋପଣରେ ପରିବେଶ ସୁରକ୍ଷାର ବାର୍ତ୍ତା
Table of Contents
ନୂଆପଡ଼ା -୦୩/୧୦-ନୂଆପଡ଼ା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ ଏବଂ ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜୟନ୍ତୀ ସ୍ଥାନୀୟ ଗାନ୍ଧୀ ପ୍ରମୋଦ ଉଦ୍ୟାନ ପରିସରରେ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି।
ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜୟନ୍ତୀ ସମାରୋହରେ ନୂଆପଡ଼ା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଦୀପିକା ଦୀପ, ଜିଲ୍ଲା ପରିଷଦ ସଦସ୍ୟ ମଲ୍ୟବନ୍ତ ସୁନା, ଭାନୁ ପ୍ରତାପ ସିଂହ ମାଝୀ, ମୁରଲୀଧର ଭୋଇ ଓ ଅବନୀ ରଞ୍ଜନ ଯୋଶୀଙ୍କ ସମେତ ବକ୍ତା ପ୍ରବୋଧ ହୋତା, ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି, ବିଶିଷ୍ଟ ବ୍ୟକ୍ତିବିଶେଷ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଯୋଗଦେଇଥିଲେ।
ଏହି ଅବସରରେ ଅତିଥିମାନେ ଗାନ୍ଧୀ ପ୍ରମୋଦ ଉଦ୍ୟାନ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମହାତ୍ମା ଗାନ୍ଧୀଙ୍କ ସତ୍ୟ, ଅହିଂସା, ସ୍ୱଚ୍ଛତା ଓ ମାନବିକତାର ଆଦର୍ଶ ସହ ଲାଲବାହାଦୁର ଶାସ୍ତ୍ରୀଙ୍କ ସରଳତା, ନିଷ୍ଠା, ଶୃଙ୍ଖଳା, ଜାତିପ୍ରୀତି ଓ ଦେଶପ୍ରେମକୁ ସ୍ମରଣ କରାଯାଇଥିଲା।