Home ରାଜ୍ୟଖଡ଼ିଆଳରେ ଜିଲ୍ଲାପାଳ–ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ: ୧୦୬ ଅଭିଯୋଗ ପଞ୍ଜିକୃତ, ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ।

ଖଡ଼ିଆଳରେ ଜିଲ୍ଲାପାଳ–ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ: ୧୦୬ ଅଭିଯୋଗ ପଞ୍ଜିକୃତ, ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ।

by Maraguda Express
0 comments
ନୂଆପଡ଼ା – ୨୨/୦୬-ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ସହ ପ୍ରଶାସନକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ବ୍ଲକ ପରିସରରେ ରବିବାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକମାନେ ନିଜ ନିଜ ସମସ୍ୟା ଓ ଅଭିଯୋଗ ପ୍ରଶାସନ ସମ୍ମୁଖରେ ଉପସ୍ଥାପନ କରିଥିଲେ।ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଆଜିଜ ଖାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ ଏବଂ ଉପଜିଲ୍ଲାପାଳ ସୁର୍ମି ସୋରେନ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ଓ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।ଆଜିର ଏହି ଶିବିରରେ ୮୦ଟି ବ୍ୟକ୍ତିଗତ ଓ ୨୬ଟି ଗୋଷ୍ଠୀଗତ ଅଭିଯୋଗ ସମେତ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ଜିଲ୍ଲାପାଳ ସମସ୍ତ ଅଭିଯୋଗର ଶୀଘ୍ର ଓ ଫଳପ୍ରଦ ସମାଧାନ ନିମନ୍ତେ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଶିବିର ଅବସରରେ ମାନବିକତାର ଏକ ଉଦାହରଣ ସୃଷ୍ଟି କରି ମମିତା ବାନିଛୋର ଓ ଧରଣୀଧର ପୋଢଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏଁ ତତ୍କାଳୀନ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ସ୍ୱଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇଜଣ ବ୍ୟକ୍ତିଙ୍କୁ ‘ସ୍ୱଚ୍ଛ ଦୂତ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା।ଲୋକସେବା ଓ ଜନକଲ୍ୟାଣକୁ ଗୁରୁତ୍ୱ ଦେଇ ବ୍ଲକ ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର ଏବଂ ଆୟୁଷ୍ମାନ ଆରୋଗ୍ୟ ଶିବିରର ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ବହୁ ସଂଖ୍ୟକ ବରିଷ୍ଠ ନାଗରିକ ଓ ସାଧାରଣ ଲୋକ ଉପକୃତ ହୋଇଥିଲେ।ଡେପୁଟି ଜିଲ୍ଲାପାଳ ଶେଖ ନସୀମ ଏବଂ ବିଡିଓ ମିଳନ କୁମାର ଝାଙ୍କର ଶିବିରର ସୁପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ।ଜନସାଧାରଣଙ୍କ ସମସ୍ୟାକୁ ପ୍ରାଥମିକତା ଦେଇ ପ୍ରଶାସନର ଏଭଳି ଜନମୁଖୀ ପଦକ୍ଷେପ ଲୋକଙ୍କ ମଧ୍ୟରେ ଆସ୍ଥା ଓ ବିଶ୍ୱାସକୁ ଆହୁରି ସୁଦୃଢ଼ କରିଛି।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Useful Links

Edtior's Picks

Latest Articles

All Right Reserved. Designed and Developed by Web Odisha