Home ରାଜ୍ୟଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

by Maraguda Express
0 comments

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।
ନୂଆପଡ଼ା -୩୦/୬
ଆଜି ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ମନୋଜ କୁମାର ସାହୁ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଶେଖ୍ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ୪୦ ଟି ବ୍ୟକ୍ତିଗତ ଓ ୧୪ ଟି ସାମୂହିକ ମୋଟ ୫୪ ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା। ଶିବିରରେ ଚଟିଆଗୁଡା ଗାଁର ଭିନ୍ନକ୍ଷମ ତିଳକ ଦାଶ ବାଗ୍ ଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ତତ୍କାଳୀନ ସହାୟତା ଯୋଗାଇ ଦିଆ ଯାଇଥିଲା l ପରେ ପରେ ଜିଲ୍ଲାପାଳ ଓ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଘଣ୍ଟିଗୁଡା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା l ଜନ ଶୁଣାଣି ଶିବିର ଉପଲକ୍ଷେ କୁସୁମଯୋର ର଼ ପଞ୍ଚାୟତରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା l lସେହିପରି ଘଣ୍ଟିଗୁଡା ଗ୍ରାମପଞ୍ଚାୟତରେ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା। ଗାଁରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ମଧ୍ୟ ୧୭ ଟି ବଡ଼ ଏବଂ ୬୨ ଟି ଛୋଟ ମୋଟ ୭୯ ଟି ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା କରାଯାଇଥିଲା ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha