

ନୂଆପଡ଼ା – ୧୫/୧୨ (ସୁରେନ୍ଦ୍ର ତିୱାରୀ) ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ୍ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଖଡିଆଳ ପଞ୍ଚାୟତ ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ସମୁଦାୟ ୯୪ ଟି ଅଭିଯୋଗ ମଧ୍ୟରୁ ବ୍ୟକ୍ତିଗତ ୮୨ ଟି ଓ ସାମୁହିକ ୧୨ଟି ଅଭିଯୋଗ ଥିଲା । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,ଉପ ଜିଲ୍ଲାପାଳ ସୁର୍ମୀ ସୋରେନ,ଡି ଏଫ୍ ଓ ଅଜିଜ ଖାନ,ଡି ଏଫ୍ ଓ କେ ଏଲ ଏ ମାଧବୀ ଲତା,ସି ଡି ଏମ ଓ ଡ଼ ଧନେଶ୍ଵର ସେଠି,ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, ପ୍ରମୁଖ ମଞ୍ଚାସିନ ଥିଲେ l ଖଡ଼ିଆଳ ବିଡ଼ିଓ, ତହସିଲଦାର ଓ ଡେପୁଟୀ କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଖଡିଆଳ ବ୍ଲକ୍ ଅଧିକାରୀ ଏବଂ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ ।


ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର।
48
previous post