181
ଜିଲ୍ଲାରେ ଆଇ ସି ଡି ଏସ ଯୋଜନାରେ ସମୁଦାୟ ୭୬,୦୨୬ ଜଣ ହିତାଧିକାରୀ ପଞ୍ଜିକୃତ ହୋଇଛନ୍ତି। ସବୁଠାରୁ ଉଲ୍ଲେଖନୀୟ ବିଷୟ ହେଉଛି, ଏହି ସମସ୍ତ ହିତାଧିକାରୀଙ୍କ ୧୦୦ ପ୍ରତିଶତ ଆଧାର ଅପଡେଟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ରିପୋର୍ଟ ପ୍ରଦାନ କରାଯାଇଛି। ବ୍ଲକ୍ ଅନୁଯାୟୀ ହିତାଧିକାରୀଙ୍କ ସଂଖ୍ୟା ନିମ୍ନରେ ପ୍ରଦତ୍ତ:

ନୂଆପଡ଼ା -୩୦/୪- ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇ ସି ଡ଼ି ଏସ) ର ଏକ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟଦକ୍ଷତା, ଆଧାର ସଂଯୋଗୀକରଣ ଏବଂ ଭିତ୍ତିଭୂମିର ବିକାଶ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି।

