Home ରାଜ୍ୟଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୬ ଟି ଅଭିଯୋଗ ଶୁଣାଣୀ ହେଲା

ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୬ ଟି ଅଭିଯୋଗ ଶୁଣାଣୀ ହେଲା

ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୬ ଟି ଅଭିଯୋଗ ଶୁଣାଣୀ ହେଲା।

by Maraguda Express
0 comments

ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୫୬ ଟି ଅଭିଯୋଗ ଶୁଣାଣୀ ହେଲା
ନୂଆପଡା -୭/୭ (ସୁରେନ୍ଦ୍ର ତିୱାରୀ)
ଆଜି ନୂଆପଡ଼ା ସଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡି ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ ୫୬ ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅସହାୟ ବୃଦ୍ଧ ବନମାଳୀ ଚଣ୍ଡି, ଗୋଡାଳ ଗାଁ ଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ତତ୍କାଳୀନ ସହାୟତା ପ୍ରଦାନ କରାଯାଇ ଥିଲା l
ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୂର୍ମି ସୋରେନ, ଭାର ପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ମନୋଜ କୁମାର ସାହୁ,ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଳା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ଭରତ ଲାଲ ରାଉତ, ସଦସ୍ୟା ଉମା ଠାକୁର ପ୍ରମୁଖ ଉପସ୍ଥିତ ଥିଲେ l ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଡେପୁଟି କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା, ଯେଉଁଠାରେ ସ୍ଵାସ୍ଥ୍ୟ ବିଶେଷଜ୍ଞ ଡଃ ରମେଶ ଚନ୍ଦ୍ର ପାଠକ, ଡଃ ଅନୁପ କୁମାର ଅଗ୍ରୱାଲ ପ୍ରମୁଖ ଚିକିତ୍ସା ଯୋଗାଇ ଦେଇଥିଲେ l ସେହିପରି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା l ବର୍ଦ୍ଧିତ ଜନ ଶୁଣାଣୀ ହୋଇଥିବା ବୋଇରଭାଡି ଗାଁରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ୫୬ ଟି ବଡ଼ ଏବଂ ୧୦୮ ଟି ଛୋଟ ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ସହିତ ୫୦ ଟିର ଟୀକା କରଣ କରାଯାଇଥିଲା ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha