Home ରାଜ୍ୟନୂଆପଡ଼ାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର।

ନୂଆପଡ଼ାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର।

by Maraguda Express
0 comments
ନୂଆପଡା -୨/୦୨ ନୂଆପଡା ଜିଲ୍ଲା ସ୍ଥାନୀୟ ସଦଭାବନା ଗୃହ ରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ସହ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଧନେଶ୍ଵର ସେଠୀ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ବନଖଣ୍ଡ ଅଧିକାରୀ, ବନ୍ୟପ୍ରାଣୀ ସମିର ସାହୁ, ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ, ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ  ଉମା ଠାକୁର ପ୍ରମୁଖ ଉପସ୍ଥିତ ଥିଲେ ।ଆଜିର ଶିବିରରେ ୭୬ଗୋଟି ବ୍ୟକ୍ତିଗତ ଓ ୧୫ଟି ଗୋଷ୍ଠୀଗତ ଓ ୫ଟି ରେଡକ୍ରସ୍ ଏଭଳି ମୋଟ ୯୬ ଗୋଟି ଅଭିଯୋଗର ଶୁଣାଣି  ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ, ଜିଲ୍ଲାପାଳ କୁରେଶ୍ୱର ଗ୍ରାମର ପାର୍ବତୀ ସଗରିଆ ଓ ଖାରିଆର୍ ରୋଡ ର ପଦ୍ମନ ବାଗଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦,୦୦୦ ଟଙ୍କା ଲେଖାଏଁ ପ୍ରଦାନ କଲେ। ସେହିପରି ସିର୍ତ୍ତୋଲ ଗାଁର ରୁକ୍ମଣି ତାଣ୍ଡି, ଖଇରା ଗ୍ରାମର ନୀଳମଣି ହଂସ ଓ ଧରମପୁର ର ବିଲେଇ ଦୀପ ଙ୍କୁ ରେଡକ୍ରସ୍ ପାଣ୍ଠିରୁ ୫,୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ।  ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ପ୍ରକାଶ ସାହୁ,ଡେପୁଟୀ କଲେକ୍ଟର ଶେଖ୍ ନସିମ ଓ ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ଚିକିତ୍ସା ଶିବିର ଓ ଏକ ରକ୍ତଦାନ ଶିବିର ଆୟୋଜନ କରା ଯାଇଥିଲା l ଜିଲ୍ଲାପାଳ ରକ୍ତଦାତା ମାନଙ୍କୁ ଉତ୍ସାହିତ କରି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।ଏହି ଅବସରରେ କୋଟେନଚୁଆଁ ଗ୍ରାମ ପଂଚାୟତର ସାପ୍ତାହିକ ବଜାର ଠାରେ ପରିବର୍ଦ୍ଧିତ ଜନଶୁଣାଣୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ  ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ପ୍ରାଣୀ ପାଇଁ ଦିନଟିଏ ଇତ୍ୟାଦି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha