41
ନୂଆପଡ଼ା -୩୧/୦୮-ନୂଆପଡ଼ା ଜିଲ୍ଲାରେ ଜାତୀୟ କୁଷ୍ଠ ନିରାକରଣ କାର୍ଯ୍ୟକ୍ରମ (NLEP) ଅଧୀନରେ ଚାଲିଥିବା କୁଷ୍ଠ ରୋଗ ଚିହ୍ନଟ ଅଭିଯାନର ଅଗ୍ରଗତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲ୍ଲାରେ କୁଷ୍ଠ ନିରାକରଣ ପାଇଁ ନିଆଯାଉଥିବା ପଦକ୍ଷେପ ଗୁଡ଼ିକର ବିସ୍ତୃତ ଆଲୋଚନା କରାଯାଇଥିଲା।
