Home ରାଜ୍ୟନୂଆପଡ଼ାରେ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ।

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ।

by Maraguda Express
0 comments

ନୂଆପଡ଼ା-୯/୧(ସୁରେନ୍ଦ୍ର ତିୱାରୀ) ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନି କକ୍ଷରେ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଉପ ଜିଲ୍ଲାପାଳ ସୂର୍ମୀ ସୋରେନ୍, ସାଂସଦଙ୍କ ପ୍ରତିନିଧି ପ୍ରେମ୍ ଅଗ୍ରୱାଲ୍, ଏ ପି ଡି କ୍ଷମାନିଧି ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, ବିଶିଷ୍ଟ କ୍ରୀଡାବିତ୍ ସରୋଜ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞ।ପନ କରିଥିଲେ । ଜିଲ୍ଲାପାଳ ଏହି ଜିଲ୍ଲାସ୍ତରୀୟ ଜାତୀୟ ଦିବସକୁ ସରସ ସୁନ୍ଦର ଓ ଆକର୍ଷଣୀୟ କରି ପାଳନ କରିବାକୁ ସମସ୍ତଙ୍କୁ ଆହ୍ବାନ ଦେଇ ପ୍ରସ୍ତୁତିର ପ୍ରତିଟି ବିନ୍ଦୁ ଉପରେ ଆଲୋଚନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରସ୍ତୁତି ବିବରଣୀ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତି ଅନୁଯାୟୀ ସାଧାରଣତନ୍ତ୍ର ଦିବସରେ ରାମଧୁନ ପ୍ରଭାତଫେରି ସହିତ ସମସ୍ତ ଅନୁଷ୍ଠାନ ମାନଙ୍କରେ ସକାଳ ଘ ୭.୦୦ ରୁ ୮.୦୦ ଘଣ୍ଟା ସମୟରେ ଜାତୀୟ ପତାକା ଉତ୍ତୋଳନ ହେବ । ଉତ୍ସବର ମୁଖ୍ୟ ଅତିଥି, ମହାତ୍ମା ଗାନ୍ଧୀ ଏବଂ ଘାସିରାମ ମାଝିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ବିଭିନ୍ନ ପ୍ରଜ୍ଞାପନ ମେଢ଼କୁ ଏକତା ଛକରେ ପତାକା ଦେଖାଇ ଶୁଭାରମ୍ଭ କରିବେ l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ସକାଳ ୯.୦୦ ଘଣ୍ଟା ସମୟରେ ଜାତୀୟ ପତାକା ଉତ୍ତୋଳନ କରିବେ । ମିଳିତ ପ୍ୟାରେଡରେ ବିଭିନ୍ନ ବିଦ୍ୟାଳୟ , ମହାବିଦ୍ୟାଳୟ ଦଳ ଭାଗ ନେବେ ଏବଂ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରିବେ । ଦିବସ ଅବ୍ୟବହିତ ପୂର୍ବରୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ବାରା ସ୍ଥାନୀୟ ନେସନାଲ ହାଇସ୍କୁଲରେ ଦେଶାତ୍ମବୋଧକ ସଙ୍ଗୀତ , ଓଡିଆ ଓ ଇଂରାଜୀ ତର୍କ ପ୍ରତିଯୋଗୀତା ଏବଂ କୁଇଜ କ୍ଲବ ଦ୍ବାରା କୁଇଜ ପ୍ରତିଯୋଗୀତା ଅନୁଷ୍ଠିତ ହେବ । ଜିଲ୍ଲା କ୍ରୀଡ଼ା ଅଧିକାରୀଙ୍କ ଦ୍ବାରା ଚଉଦ ବର୍ଷ ରୁ କମ୍ ଖେଳାଳି ମାନଙ୍କୁ ନେଇ ବ୍ୟାଡମିଣ୍ଟନ ପ୍ରତିଯୋଗିତା ହେବ ।ସାଧାରଣତନ୍ତ୍ର ଦିବସ ପୂର୍ବ ସନ୍ଧ୍ୟାରେ ସ୍ଥାନୀୟ ସଦଭାବନା ସଭାଗୃହରେ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଦେଶାତ୍ମବୋଧକ କବିତା ଆବୃତି ସମାରୋହ ଅନୁଷ୍ଠିତ ହେବ । ଏହାସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ପୁଷ୍ପ ପ୍ରଦର୍ଶନୀ ପ୍ରତିଯୋଗିତା ଅନୁଷ୍ଠିତ ହେବ । ସାଧାରଣତନ୍ତ୍ର ଦିବସ ଦିନ ସ୍ଥାନୀୟ ମୁଖ୍ୟ ଡାକ୍ତରଖାନାରେ ଆମ ଓଡ଼ିଶା ଓ ସମ୍ବାଦ , ସ୍ବାସ୍ଥ୍ୟ ବିଭାଗ ଏବଂ ସମସ୍ତ ସରକାରୀ ବିଭାଗ ସହଯୋଗରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହେବ । ଦିବସ ଅବସରରେ ଜିଲ୍ଲାପାଳ ଏକାଦଶ, ଏସ୍ ପି ଏକାଦଶ, ପ୍ରେସ ଏକାଦଶ ଓ ବାର୍ ଆସୋସିଏସନ୍ ଏକାଦଶ ମଧ୍ୟରେ ବନ୍ଧୁତ୍ବପୂର୍ଣ୍ଣ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ୍ ଖେଳାଯିବ । ସନ୍ଧ୍ୟାରେ ଜିଲ୍ଲା ସାଂସ୍କୃତିକପରିଷଦ ଆନୁକୁଲ୍ୟରେ ଦେଶାତ୍ମବୋଧକ ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମ “ବନ୍ଦେ ମାତରଂ ଓ ଭାରତୀୟମ୍” ଅନୁଷ୍ଠିତ ହେବ । ପ୍ରସ୍ତୁତି ବୈଠକରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ,ପ୍ରଶାସନିକ ଅଧିକାରୀ,ବିଭିନ୍ନ ଲାଇନ ବିଭାଗର ଅଧିକାରୀ , ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟାପକ , ବିଦ୍ୟାଳୟର ଶିକ୍ଷକ, ପରିଚାଳନା କମିଟି ସଦସ୍ୟ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଏବଂ ଗଣ ମାଧ୍ୟମର ପ୍ରତିନିଧିଗଣ ଅଂଶ ଗ୍ରହଣ କରିଥିଲେ ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha