Home ରାଜ୍ୟନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ।

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ।

" ୧,୬୭,୦୯୪ ହିତାଧିକାରୀଙ୍କ ଖାତାକୁ ଗଲା ୮୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା "

by Maraguda Express
0 comments
ନୂଆପଡ଼ା -୨୯/୦୮- ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଓଡ଼ିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ଏହି ଅବସରରେ ନୂଆପଡ଼ା ସହରର ରେଲୱେ ଫାଟକ ନିକଟସ୍ଥ ବହୁମୁଖୀ ହଲ୍‌ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ମୋଟ ୧,୬୭,୦୯୪ ଜଣ ହିତାଧିକାରୀଙ୍କ ଖାତାକୁ ପଞ୍ଚମ କିସ୍ତି ବାବଦରେ ପ୍ରତ୍ୟେକଙ୍କୁ ୫,୦୦୦ ଟଙ୍କା ହିସାବରେ ମୋଟ ୮୩ କୋଟି ୫୪ ଲକ୍ଷ ୭୦ ହଜାର ଟଙ୍କା ସିଧାସଳଖ ହସ୍ତାନ୍ତର କରାଯାଇଛି।ନୟାଗଡ଼ ଜିଲ୍ଲାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ଲୋକସଭା ସାଂସଦ ସମ୍ବିତ ପାତ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।ନୂଆପଡ଼ାରେ ଆୟୋଜିତ ଜିଲ୍ଲାସ୍ତରୀୟ ସମାରୋହରେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସମେତ ଅନ୍ୟ ଅଧିକାରୀ ଓ ଜନପ୍ରତିନିଧିମାନେ ଉପସ୍ଥିତ ରହି ମହିଳା ହିତାଧିକାରୀମାନଙ୍କୁ ପଞ୍ଚମ କିସ୍ତି ପାଇଁ ଶୁଭେଚ୍ଛା ଜଣାଇଥିଲେ।ଏହି ଅବସରରେ ବିଧାୟକ ଜୟ ଢୋଲକିଆ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇବା ସହ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ, ସ୍ୱାବଲମ୍ବନ ଓ ସମ୍ମାନଜନକ ଜୀବନଯାପନ ଦିଗରେ ‘ସୁଭଦ୍ରା’ ଯୋଜନାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।ଜିଲ୍ଲାପାଳ ମଧୁସୂଦନ ଦାଶ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱାରୋପ କରି ‘ସୁଭଦ୍ରା’ ଯୋଜନାରୁ ମିଳୁଥିବା ଅର୍ଥର ସୁବିନିଯୋଗ କରି ଉତ୍ପାଦନକ୍ଷମ କାର୍ଯ୍ୟରେ ବିନିଯୋଗ ମାଧ୍ୟମରେ ଆର୍ଥିକ ସ୍ୱାବଲମ୍ବନ ଦିଗରେ ଆଗେଇ ଆସିବାକୁ ମହିଳା ହିତାଧିକାରୀମାନଙ୍କୁ ଆହ୍ୱାନ ଦେଇଥିଲେ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଅତିରିକ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ କ୍ଷମାନିଧି ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରେମଲତା ସେଠୀ, ନୂଆପଡ଼ା ବ୍ଲକ୍‌ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, କୋମନା ବ୍ଲକ୍‌ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଦୀପିକା ଦୀପ, ଜିଲ୍ଲା ପରିଷଦ ସଦସ୍ୟ ଭାନୁପ୍ରତାପ ସିଂ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଜନପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି ଓ ମହିଳା ହିତାଧିକାରୀମାନେ ଉପସ୍ଥିତ ଥିଲେ।
ରାକ୍ଷୀ ପୂର୍ଣ୍ଣିମାର ପବିତ୍ର ଅବସରରେ ମହିଳା ହିତାଧିକାରୀମାନଙ୍କ ମଧ୍ୟରେ ‘ସୁଭଦ୍ରା’ର ପଞ୍ଚମ କିସ୍ତିକୁ ନେଇ ଉତ୍ସାହ ଓ ଖୁସି ପ୍ରକାଶ ପାଇଥିଲା। ମହିଳାମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ସେମାନଙ୍କୁ ସଶକ୍ତ ଓ ଆତ୍ମନିର୍ଭର କରିବା ସହ ରାଜ୍ୟର ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ‘ସୁଭଦ୍ରା’ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଅତିଥିମାନେ ପ୍ରକାଶ କରିଥିଲେ।
ଜିଲ୍ଲା ସମ୍ବଳ ସଂଯୋଜକ ଅନିଲ କୁମାର ଲେଙ୍କା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Useful Links

Edtior's Picks

Latest Articles

All Right Reserved. Designed and Developed by Web Odisha