93
ନୂଆପଡ଼ା -୨୯/୪ -ନୂଆପଡ଼ା ଜିଲ୍ଲା ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଜଳ ଓ ପରିମଳ ମିଶନ ର ୧୭ ତମ ବୈଠକ ଗତ କାଲି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଜଳ ସଂରକ୍ଷଣ, ପାନୀୟ ଜଳ ଯୋଗାଣ ଏବଂ ସ୍ୱଚ୍ଛତା ବ୍ୟବସ୍ଥାର ଅଗ୍ରଗତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ସମୀକ୍ଷା କରାଯାଇଛି।

