16
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ-ଜିଲ୍ଲାପାଳ ସୁର୍ମି ସୋରେନ, ସିଡିଏମଓ ଡାଃ ଧନେଶ୍ୱର ସେଠୀ,ବ୍ଲକ ଅଧ୍ୟକ୍ଷା ଅନୁସୁୟା କୁମ୍ଭାର, ବିଡିଓ ପବିତ୍ର କୁମାର ସାମଲ ଓ ତହସିଲଦାର ସର୍ବେଶ୍ୱର ଜାଲ ପ୍ରମୁଖ ଯୋଗ ଦେଇଥିଲେ। ବିଭିନ୍ନ ବିଭାଗର ଅଧିକାରୀମାନେ ଶ୍ରମିକ, ଚାଷୀ ଓ ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଯୋଜନାଗୁଡ଼ିକର ସୁଫଳ କିଭଳି ସିଧାସଳଖ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ, ସେ ନେଇ ବିସ୍ତୃତ ଆଲୋଚନା କରିଥିଲେ।

ନୂଆପଡ଼ା- ୧୩ -/୪- ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ କୁରେଶ୍ୱର ଗ୍ରାମ ପଞ୍ଚାୟତ ର ଉଦ୍ୟାନବନ୍ଧ ଗ୍ରାମଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଭବ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଜନକଲ୍ୟାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ଶ୍ରମିକ ସମସ୍ୟାର ସମାଧାନ ସହ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା।



