73

ନୂଆପଡ଼ା -୦୩/୦୯- ନୂଆପଡ଼ା ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ତଥା ସମଗ୍ର ଶିକ୍ଷାର ଅଧ୍ୟକ୍ଷ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ପରିବର୍ତ୍ତନ, ବୈଜ୍ଞାନିକ ମନୋଭାବ ସୃଷ୍ଟି ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ବୈଠକରେ କେତେକ ଦୂରଦୃଷ୍ଟିସମ୍ପନ୍ନ ନିଷ୍ପତ୍ତି ନିଆଯାଇଛି।
