Home ରାଜ୍ୟନୂଆପଡ଼ା ଗସ୍ତରେ ଭୋଟର ତାଲିକା ପର୍ଯ୍ୟବେକ୍ଷକ ବଲୱନ୍ତ ସିଂଙ୍କ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ର ଅଗ୍ରଗତି ସମୀକ୍ଷା।

ନୂଆପଡ଼ା ଗସ୍ତରେ ଭୋଟର ତାଲିକା ପର୍ଯ୍ୟବେକ୍ଷକ ବଲୱନ୍ତ ସିଂଙ୍କ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ର ଅଗ୍ରଗତି ସମୀକ୍ଷା।

by Maraguda Express
0 comments
ନୂଆପଡ଼ା -୦୩/୦୮-ନୂଆପଡ଼ା ଜିଲ୍ଲାର ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ପର୍ଯ୍ୟଟନ ବିଭାଗର କମିଶନର-କମ୍-ସଚିବ ବଲୱନ୍ତ ସିଂ ରବିବାର ନୂଆପଡ଼ା ଗସ୍ତରେ ଆସି ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)-୨୦୨୬ ଅନ୍ତର୍ଗତ ଖସଡ଼ା ଭୋଟର ତାଲିକା ପ୍ରକାଶ ପରବର୍ତ୍ତୀ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଥିଲେ।ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲ୍ଲାରେ ଚାଲିଥିବା ଏସ୍‌ଆଇଆର୍-୨୦୨୬ର ଖସଡ଼ା ପ୍ରକାଶ ପରବର୍ତ୍ତୀ ବିଭିନ୍ନ କାର୍ଯ୍ୟକଳାପର ଅଗ୍ରଗତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଏହି ଅବସରରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ମଧୁସୂଦନ ଦାଶ, ସମସ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ଇଆର୍‌ଓ), ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ଏଇଆର୍‌ଓ) ଏବଂ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଉପସ୍ଥିତ ଥିଲେ।ଗସ୍ତ ଅବସରରେ ଶ୍ରୀ ସିଂ ୭୧-ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନୋଟିସ୍‌ ଶୁଣାଣି ସ୍ଥଳ ପରିଦର୍ଶନ କରିଥିଲେ। ସେଠାରେ ବୁଥ୍‌ ସ୍ତରୀୟ ଅଧିକାରୀ (ବିଏଲ୍‌ଓ), ବିଏଲ୍‌ଓ ସୁପରଭାଇଜର, ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଏବଂ ଭୋଟରମାନଙ୍କ ସହ ଆଲୋଚନା କରି କ୍ଷେତ୍ରସ୍ତରରେ ଚାଲିଥିବା ଏସ୍‌ଆଇଆର୍-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି, ଶୁଣାଣି ପ୍ରକ୍ରିୟା ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିଥିଲେ।ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ପାଳନ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ସଂଶୋଧନ କାର୍ଯ୍ୟ ସମ୍ପନ୍ନ କରିବା, ପ୍ରକ୍ରିୟାରେ ସ୍ୱଚ୍ଛତା ଓ ସଠିକତା ବଜାୟ ରଖିବା ସହ ସମସ୍ତ ସ୍ତରରେ ସୁଦୃଢ଼ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ସିଂ ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମୀ ସୋରେନ, ଡେପୁଟି ଜିଲ୍ଲାପାଳ (ନିର୍ବାଚନ) ଶେଖ ନସୀମଙ୍କ ସମେତ ଜିଲ୍ଲାର ସମସ୍ତ ତହସିଲଦାର ଓ ବିଡିଓମାନେ ଉପସ୍ଥିତ ଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Useful Links

Edtior's Picks

Latest Articles

All Right Reserved. Designed and Developed by Web Odisha