
ନୂଆପଡା -୩/୧୦ (ସୁରେନ୍ଦ୍ର ତିୱାରୀ) ଆଜି ନୂଆପଡ଼ା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ନିକଟସ୍ଥ ସଦଭାବନା ସଭା ଗୃହଠାରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂହଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ।ଆଜି ଶିବିରରେ ମୋଟ ୧୩ ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୧୨ ଟି ବ୍ୟକ୍ତିଗତ ଏବଂ ଗୋଟିଏ ସାମୁହିକ ଅଭିଯୋଗ ଥିଲା l ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ବନଖଣ୍ଡ ଅଧିକାରୀ ଖଡିଆଳ ଅଜିଜ ଖାନ୍, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ଉପସ୍ଥିତ ଥିଲେ l ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଡେପୁଟି କଲେକ୍ଟର ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ।ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା।ବର୍ଦ୍ଧିତ ଜନ ଶୁଣାଣୀ ହୋଇଥିବା ବେଲଟୁକୁରି ଗାଁରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ଏକ ପ୍ରାଣୀ ଚିକିତ୍ସା ଶିବିର ଆୟୋଜନ କରାଯାଇଥିଲା।