13
ନୂଆପଡା -୮/୦୪ – ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ କର୍ମଚାରୀ ସଭା ଅନୁଷ୍ଠିତ ହୋଇଯାଇଛି।ସଭାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ବନ୍ଧରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ ସମସ୍ତଙ୍କୁ ସ୍ୱାଗତ କରି ସଭାର ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ।
ସଭାରେ ଜିଲ୍ଲାପାଳ ସମସ୍ତ କର୍ମଚାରୀଙ୍କୁ ସମୟରେ କାର୍ଯ୍ୟାଳୟରେ ପହଞ୍ଚିବା ଓ ବାୟୋମେଟ୍ରିକ ଉପସ୍ଥାପନା ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅନୁଶାସନ ଓ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ସମସ୍ତଙ୍କୁ ସମର୍ପିତ ଭାବରେ କାମ କରିବାକୁ ସେ ଆହ୍ୱାନ କରିଥିଲେ।

