Home ରାଜ୍ୟନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ।

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ।

୬୬ ଲକ୍ଷ ୭୨ ହଜାର ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୪ ବାଇକ୍ ଏବଂ ଏକ ଚାରିଚକିଆ ଯାନ ଜବତ।

by Maraguda Express
0 comments

ନୂଆପଡା -୨୫/୧୦ (ସୁରେନ୍ଦ୍ର ତିୱାରୀ) ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ ତଲାସୀ ଅଭିଯାନ ଚାଲିଛି l ଗତ ୨୩ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୧୪୬ ଲି ହାତ ରନ୍ଧା ମଦ,୪୦୦ ଲି ବାହାର ଭାଟି ମଦ, ଏବଂ ୨୭୦୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୮ଲକ୍ଷ ୬୪ ହଜାର ଟଙ୍କା ହେବ l ଅଦ୍ୟାବଧି ଅବକାରୀ ବିଭାଗ ୬୯ଲି ବିଅର୍, ୩୮ଲି ବିଦେଶୀ ମଦ, ୪୦୦୦ଲି ହାତ ରନ୍ଧା ମଦ,୧୦୫୩ ଲି ବାହାର ଭାଟି ମଦ ,୪ କେଜି ଗଞ୍ଜେଇ ଏବଂ ୯୪,୨୫୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୬୬ ଲକ୍ଷ ୭୨ ହଜାର ଟଙ୍କା ହେବ l ଏହା ସହିତ ଚାରୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l ବର୍ତ୍ତମାନ ସୁଦ୍ଧା ୧୨୬ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୭୭ ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି l
ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Useful Links

Edtior's Picks

Latest Articles

All Right Reserved. Designed and Developed by Web Odisha