15

ନୂଆପଡା – ୧୩/୧ (ମାରାଗୁଡ଼ା ଏକ୍ସପ୍ରେସ) ସ୍ବାମୀ ବିବୋନନ୍ଦଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଜାତୀୟ ଯୁବ ଦିବସ ୨୦୨୬ ସ୍ଥାନୀୟ ପି. ଏମ. ଶ୍ରୀ ନେସନାଲ ଉଚ୍ଚ ବିଦ୍ୟାଳୟ ରେ ଥିବା ମଣ୍ଡପରେ ମହା ସମାରୋହରେ ପାଳନ ହୋଇଯାଇଛି । ସର୍ବ ପ୍ରଥମେ ସ୍ୱାମୀ ବିବେକାନନ୍ଦଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ସହିତ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୬୦୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ , କ୍ରୀଡାବିତ୍ ଏବଂ କ୍ରୀଡା ସଂଗଠକ ଯୋଗଦେଇଥିଲେ ।
ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାମୁହିକ ବନ୍ଦେ ମାତରଂ ଗାନ କରାଯାଇଥିଲା । ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋଲାପ ସାହୁ ଅଧ୍ୟକ୍ଷତା କରିଥିଲେ ଏବଂ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ବଢ଼ାଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ଶିକ୍ଷକ ସୁକାନ୍ତ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ ।


