10
ନୂଆପଡ଼ା -୧୯/୪- ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଭାରତୀୟ ପାଣିପାଗ ବିଭାଗ (ଆଇ ଏମ ଡି) ପକ୍ଷରୁ ଜାରି ‘ରେଡ୍ ୱାର୍ଣ୍ଣିଂ’କୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲ୍ଲା ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଆସନ୍ତା ୩ ଦିନ ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
