209
ନୂଆପଡ଼ା – ୮/୬- ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଆଜି ବୋଡ଼େନ ବ୍ଲକ ପରିସରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଏକ ବୃହତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ପ୍ରଶାସନର ସମସ୍ତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସାଧାରଣ ଲୋକଙ୍କ ସମସ୍ୟା ଶୁଣିବା ସହ ତାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଆଜିର ଶିବିରରେ ମୋଟ ୬୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।ସେ ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୫୧ ଟି
ଜିଲ୍ଲାପାଳ ପୂର୍ବ ଶିବିର ଗୁଡ଼ିକର ବିଚାରଧୀନ ଥିବା ଅଭିଯୋଗର ସମୀକ୍ଷା କରିବା ସହ ସେଗୁଡ଼ିକୁ ଯଥାଶୀଘ୍ର ଫଇସଲା କରିବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।