
ମାଗୁରପାଣି ଗାଁରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଏବଂ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ l
ନୂଆପଡ଼ା -୭/୭(ସୁରେନ୍ଦ୍ର ତିୱାରୀ) ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ ବୋଇରଭାଡି ପଞ୍ଚାୟତ ମାଗୁର ପାଣି ଗାଆଁ ରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ସଚେତନତା ସଭା ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,ଉପଜିଲ୍ଲାପାଳ ସୁର୍ମି ସୋରେନ, ବିଡ଼ିଓ ରୋହିତ ଭୋଇ, ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀ ରାଉତ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇଥିଲେ ।ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ଜିଲ୍ଲାପାଳ ନବଜାତକ ଦୁଇ ଶିଶୁ କନ୍ୟା ଥନୁଶ୍ରୀ ଓ ପିଙ୍କି ଙ୍କୁ କୋଳରେ ଧରି ସେମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ସେମାନଙ୍କ ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଚାରି ଜଣ ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ l ସେମାନଙ୍କ ପରିବାରକୁ ଏହି ଆଗାମୀ ଦିନର ମାଆମାନଙ୍କ ସମୁଚିତ ଯତ୍ନ ନେବା ପାଇଁ ଉତ୍ସାହିତ କରିଥିଲେ l ଆଜିର ଏହି ନିଆରା କାର୍ଯ୍ୟକ୍ରମ ପାଇଁ ମାଗୁରପାଣି ଗାଁ ଆନନ୍ଦ ମୁଖର ହୋଇ ଉଠିଥିଲା l ଏହାକୁ ନୂଆପଡ଼ା ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର, ନୂଆପଡ଼ା ସିଡିପିଓ, ସ୍ଥାନୀୟ ପଞ୍ଚାୟତ ଅଫିସ୍ ପ୍ରମୁଖ ଆୟୋଜନ କରିଥିଲେ। ସମସ୍ତଙ୍କୁ ସମ୍ବୋଧନ କରି ଜିଲ୍ଲାପାଳ କହିଲେ ଯେ ଗୋଟିଏ ସୁସ୍ଥ ସମାଜ ପାଇଁ ଝିଅ ଏବଂ ଗଛ ଉଭୟ ଅତ୍ୟନ୍ତ ଜରୁରୀ ଅଟେ l ସମଗ୍ର ସମାଜ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ଆବଶ୍ଯକ l ଆମ ଜିଲ୍ଲାର ଝିଅ ମାନେ ସୁନାଗରିକ ହୋଇ ନିଶ୍ଚିତ ଭାବରେ ଦିନେ ଜିଲ୍ଲାର ନାମ ଉଜ୍ଜ୍ବଳ କରିବେ l ଶେଷରେ ଜିଲ୍ଲାପାଳ, ବନଖଣ୍ଡ ଅଧିକାରୀ ଏବଂ ସମସ୍ତ ଅତିଥି ପକ୍ଷୀ ପାଇଁ ଦିନଟିଏ ଓ ବନ ମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ କରିଥିଲେ l
ମାଗୁରପାଣି ଗାଁରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଏବଂ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଗୁରପାଣି ଗାଁରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ ଏବଂ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
168