Home ରାଜ୍ୟମାର୍ଚ୍ଚ ୧୪ ରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୬ ନିମନ୍ତେ ପ୍ରସ୍ତୁତି ବୈଠକ।

ମାର୍ଚ୍ଚ ୧୪ ରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୬ ନିମନ୍ତେ ପ୍ରସ୍ତୁତି ବୈଠକ।

by Maraguda Express
0 comments

ନୂଆପଡ଼ା- ୩/୩- (ମାରାଗୁଡ଼ା ଏକ୍ସପ୍ରେସ) ଜାତୀୟ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୂଆପଡା ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ନିରଞ୍ଜନ ପଣ୍ଡାଙ୍କ ତତ୍ତ୍ଵାବଧାନରେ ଆସନ୍ତା ମାର୍ଚ୍ଚ ୧୪ ତାରିଖ ଶନିବାର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ନୂଆପଡା ଜିଲ୍ଲା କୋର୍ଟ ସମେତ କୋମନା, ଖଡ଼ିଆଳ, ସିନାପାଲି ଓ ବୋଡ଼େନ କୋର୍ଟରେ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରାଧୀନ ମକଦ୍ଦମା ତଥା ଦେୱାନୀ, ଫୌଜଦାରୀ, ମୋଟର ଦୂର୍ଘଟଣାଜନିତ କ୍ଷତିପୂରଣ, ବୈବାହିକ ବିବାଦ (ଛାଡ଼ପତ୍ର ବାଦଦେଇ), ଜମି ଅଧିଗ୍ରହଣ, ବିଦ୍ୟୁତ ଓ ଜଳ ଯୋଗାଣ ବିଲ୍ ଦେୟ ଜନିତ ବିବାଦ, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ପ୍ରାକ୍-ମକଦ୍ଦମା ସ୍ତରୀୟ ତଥା ବ୍ୟାଙ୍କ ଋଣ ବିବାଦ, ରାଜସ୍ବ ଓ ଅନ୍ଯାନ୍ଯ ଦେୱାନି, ଫୌଜଦାରୀ ମକଦ୍ଦମା ଗୁଡ଼ିକର ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ। ମକଦ୍ଦମା ଓ ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ଦେବାକୁ ପଡ଼େ ନାହିଁ । ଲୋକ ଅଦାଲତଙ୍କ ରାୟ ବୈଧ, ଚୂଡ଼ାନ୍ତ ଏବଂ ଅମଳଯୋଗ୍ୟ ହୋଇଥାଏ । ସବିଶେଷ ବିବରଣୀ ନିମନ୍ତେ ନୂଆପଡ଼ା ଜିଲ୍ଲା ଆଇନ ସେବା କାର୍ଯ୍ଯାଳୟର ହେଲ୍ପଲାଇନ୍ ନମ୍ବର ୦୬୬୭୮-୨୨୫୩୩୬ ଏବଂ ଟୋଲ ଫ୍ରି ନମ୍ବର ୧୫୧୦୦ ସହିତ ତୁରନ୍ତ ଯୋଗାଯୋଗ କରିବାକୁ ସଚିବ ନବନୀତା ଦାଶ ସୂଚନା ଦେଇଛନ୍ତି ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତର ସଫଳ ସମ୍ପାଦନା ପାଇଁ ଜିଲ୍ଲା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଉକ୍ତ ବୈଠକରେ ମୁଖ୍ୟ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ପ୍ରଜ୍ଞା ପରମିତା ମହାପାତ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ନବନୀତା ଦାଶ, ବରିଷ୍ଠ ଦେୱାନି ଜଜ୍ ସୂର୍ଯ୍ୟକାନ୍ତ ଆଚାର୍ଯ୍ଯ, ମହିଳା କୋର୍ଟ ଜଜ୍ ସରୋଜିନୀ ସାହୁ, ରେଜିଷ୍ଟ୍ରାର ସୌଭାଗ୍ଯ ରଞ୍ଜନ ପ୍ରଧାନ, ସରକାରୀ ଓକିଲ ତ୍ରୀଲୋକ ଚନ୍ଦ ସୋନୀ, ଜିଲ୍ଲା ଓକିଲ ସଂଘ ସଭାପତି କ୍ଷୀତିଶ ବୋଧନକର, ଉପସଭାପତି ପ୍ରକାଶ ସ୍ୱାଇଁ, ସଚିବ ପ୍ୟାରିଲାଲ ଦେୱାଙ୍ଗନ, ଜାତୀୟ ସରକାରୀ ଏବଂ ବେସରକାରୀ ବ୍ୟାଙ୍କଗୁଡ଼ିକ ପ୍ରବନ୍ଧକଗଣ, ଟାଟା ପାୱାର ର ପ୍ରତିନିଧି ପ୍ରମୁଖ ଉପସ୍ଥିତ ହୋଇ ଆଗାମି ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତର ସଫଳ ସମ୍ପାଦନା ପାଇଁ ରୂପରେଖ ପ୍ରସ୍ତୁତ କରିଥିଲେ । ଏହି ଅବସରରେ ଜିଲ୍ଲା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ନିରଞ୍ଜନ ପଣ୍ଡା ସମସ୍ତ ସରକାରୀ ଓ ବେସରକାରୀ ବ୍ୟାଙ୍କ ଙ୍କୁ ଅଧିକରୁ ଅଧିକ ପ୍ରାକ୍-ମକଦ୍ଦମାସ୍ତରୀୟ ବ୍ୟାଙ୍କ ଋଣ ମାମଲାଗୁଡ଼ିକର ରାଷ୍ଟ୍ରୀୟ ଲୋକ ଅଦାଲତରେ ସମାଧାନ କରିବାକୁ ଆହ୍ବାନ କରିଥିଲେ । ସେହିପରି ସଚିବ ସୁଶ୍ରୀ ଦାଶ ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରୀୟ ଲୋକ ଅଦାଲତରେ ଆପୋଷ ବୁଝାମଣ ଓ ସରଳ ଉପାୟରେ ନିଜ ନିଜର ମାମଲାର ସମାଧାନ ପାଇଁ ଆହ୍ବାନ କରିଥିଲେ । ସବିଶେଷ ବିବରଣୀ ନିମନ୍ତେ ନୂଆପଡ଼ା ଜିଲ୍ଲା ଆଇନ ସେବା କାର୍ଯ୍ଯାଳୟ ସହ ଯୋଗାଯୋଗ କରିବାକୁ ଅନୁରୋଧ କରିଥିଲେ ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Useful Links

Edtior's Picks

Latest Articles

All Right Reserved. Designed and Developed by Web Odisha