Home ରାଜ୍ୟରାଜ୍ୟ ର ଚାଷୀ ଙ୍କୁ ଚିନ୍ତା ମୁକ୍ତ କରି ଚାଷୀ ଙ୍କ ମୁହଁ ରେ ହସ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ – ମାନସ ବକ୍ସି

ରାଜ୍ୟ ର ଚାଷୀ ଙ୍କୁ ଚିନ୍ତା ମୁକ୍ତ କରି ଚାଷୀ ଙ୍କ ମୁହଁ ରେ ହସ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ – ମାନସ ବକ୍ସି

by Maraguda Express
0 comments

ସମ୍ବଲପୁର ୨୭/୧୧ -(ମାରାଗୁଡ଼ା ଏକ୍ସପ୍ରେସ )ଓଡ଼ିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଏଫ.ସି.ଆଇ ଦ୍ୱାରା ନିର୍ଦ୍ଧାରିତ ଲକ୍ଷ୍ୟ ଠାରୁ ଅଧିକ ଉଷୁନା ଧାନ କିଣିବା ସହ ଚାଉଳର ଶୀଘ୍ର ଉଠାଣ ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଙ୍କୁ ସାକ୍ଷାତ୍ କରି ଅନୁରୋଧ କରିଥିଲେ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଙ୍କ ଅନୁରୋଧ କ୍ରମେ, ଓଡ଼ିଶାର ଚାଷୀ ଭାଇ ଭଉଣୀଙ୍କ ସ୍ୱାର୍ଥକୁ ରକ୍ଷା କରି ଖରିଫ ଫସଲ ପାଇଁ ଧାନ କିଣିବା ଲକ୍ଷ୍ୟକୁ ୪୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୪୭ ଲକ୍ଷ ମେଟ୍ରିକ୍ ଟନ୍ କରାଯାଇଛି । ସେହିପରି ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ ଟନ୍ କରିବା ପାଇଁ ନିଷ୍ପତି ନିଆଯାଇଛି । ଓଡିଶା ର ଚାଷୀ କୂଳ ର ହିତ ରକ୍ଷା ପାଇଁ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବାରୁ ମାନ୍ୟବର ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି, କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଜ୍ୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି ।
ଶ୍ରୀ ବକ୍ସି ତାଙ୍କର ପ୍ରେସ ବିବୃତି ରେ କହିଛନ୍ତି ଯେ, ଡବଲ ଇଞ୍ଜିନ ସରକାର ସବୁବେଳେ ‘ଅନ୍ନଦାତା’ ଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ଆସିଛନ୍ତି । ରାଜ୍ୟ ରେ ବିଜେପି ସରକାର ଆସିବା ପରେ ଧାନ କ୍ୟୁଣ୍ଟାଲ ପ୍ରତି ୩୧୦୦ ଟଙ୍କା, ପି.ଏମ କିଷାନ, ସି.ଏମ କିଷାନ ରେ ଆର୍ଥିକ ସହାୟତା ପ୍ରଦାନ ରାଜ୍ୟ ର ଚାଷୀ ଙ୍କ ଆୟକୁ ବୃଦ୍ଧି କରିଛି । ଏହା ସହ ଧାନ କିଣା ଲକ୍ଷ୍ୟରେ ୮ ଲକ୍ଷ ମେଟ୍ରିକ୍ ଟନ୍ ବୃଦ୍ଧି ତଥା ମୋଟ ୫୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବା ନିଷ୍ପତ୍ତି ଓଡ଼ିଶାର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବ । ମୋଦୀ ସରକାରଙ୍କ ଏହି ସମୟୋଚିତ ନିଷ୍ପତ୍ତି ରାଜ୍ୟର ଅର୍ଥନୀତି ଓ ଆମ ଚାଷୀ ଭାଇଭଉଣୀଙ୍କ ହାତମୁଠାକୁ ଆହୁରି ମଜଭୂତ୍ କରିବ ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha