
ନୂଆପଡ଼ା – ୧୪/୦୩- ଜିଲ୍ଲା ଆଇନ ସେବା ପ୍ରାଧିକରଣ ନୂଆପଡା ଆନୁକୂଲ୍ୟରେ ଏବଂ ଜିଲ୍ଲା ଓ ଦୌରାଜଜ୍ ତଥା ପ୍ରାଧିକରଣର ଅଧ୍ୟକ୍ଷ ନିରଞ୍ଜନ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି ।
ଏହି ଲୋକ ଅଦାଲତରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍, ନୂଆପଡ଼ା ସୁନୀଲ କୁମାର ଦାସ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍, ଖରିଆର ପ୍ରଣମ କୁମାର ରାଉତ, ବରିଷ୍ଠ ଦେୱାନୀ ଜଜ୍ ସୂର୍ଯ୍ୟକାନ୍ତ ଆଚାର୍ଯ୍ଯ, ମହିଳା କୋର୍ଟ ଜଜ୍ ସରୋଜିନୀ ସାହୁ, ବରିଷ୍ଠ ଦେୱାନୀ ଜଜ୍ ଖରିଆର ଇଶା ପତି, ଏସ୍.ଡି.ଜେ.ଏମ୍ ସ୍ନାତକୀ ଦାଶ, ଜେ.ଏମ.ଏଫ଼୍.ସି, କୋମନା ସମୃଦ୍ଧି ସାଗରିକା ବାରିକ, ଜେ.ଏମ.ଏଫ.ସି, ଖରିଆର ସମିକ୍ଷା ସା, ଜେ.ଏମ.ଏଫ.ସି, ବୋଡେନ ପଲ୍ଲବୀ ଦାସ ଏବଂ ବିଭିନ୍ନ ରାଜସ୍ୱ ବିଭାଗ ଅଂଶଗ୍ରହଣ କରି ୩୭୭୨ ଗୋଟି ବିଭିନ୍ନ ମାମଲା ଯଥା ପାରିବାରିକ, ଚେକ୍ ବାଉନ୍ସ, ଦେୱାନୀ, ମୋଟର ଦୂର୍ଘଟଣାଜନିତ କ୍ଷତିପୂରଣ ଓ ରାଜସ୍ବ ମାମଲାଗୁଡିକ ବିଚାର କରାଯାଇ ଥିଲା ଏବଂ ୩,୦୭,୬୨,୦୦୦/- ଟଙ୍କା ଆପୋଷ ସମାଧାନ କରାଯାଇଅଛି। ସେହିପରି ବିଭିନ୍ନ ବ୍ୟାଙ୍କ ଏବଂ ବିଦ୍ୟୁତ୍ ବିଭାଗ ଅଂଶଗ୍ରହଣ କରି ୪୧୧ ଗୋଟି ବ୍ୟାଙ୍କ ବକେୟା ୠଣ ଓ ବିଦ୍ୟୁତ୍ ଶୁକ୍ଳ ଦେୟ ମାମଲାଗୁଡ଼ିକର ଆପୋଷ ବୁଝାମଣା ରେ ସମାଧାନ ହୋଇ ୬୮,୦୪,୯୬୦/- ଟଙ୍କା ଆଦାୟ ହୋଇଥିଲା।
ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୁଶ୍ରୀ ନବନୀତା ଦାଶ ଲୋକ ଅଦାଲତର ପରିଚାଳନା କରିଥିଲେ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ର ବିପୁଳ ପ୍ରଚାର ଲିଫ୍ଲେଟ ବଣ୍ଟନ ଓ ପ୍ରାକ୍ ପ୍ରସ୍ତୁତି ବୈଠକ ମାଧ୍ୟମରେ ସାରା ଜିଲ୍ଲାରେ କରାଯାଇଥିଲା ।