41

ନୂଆପଡ଼ା- ୩୧/୦୧- ଶହିଦ ଦିବସ ପାଳନ ଅବସରରେ ଆଜି ନୂଆପଡ଼ା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ସ୍ୱାଧୀନତା ସଂଗ୍ରାମରେ ନିଜ ଜୀବନ ବଳିଦାନ ଦେଇଥିବା ସମସ୍ତ ଶହିଦମାନଙ୍କ ସ୍ମୃତିରେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା ରଖାଯାଇଥିଲା।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୁଭାଷ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ଉପ ଜିଲ୍ଲାପାଳ ଶ୍ରୀମତୀ ସୁର୍ମୀ ସୋରେନ ସହ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। 
