Home ରାଜ୍ୟସିଆଲଟି ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ।

ସିଆଲଟି ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ।

by Maraguda Express
0 comments

ନୂଆପଡା – ୧୫/୦୧ (ସୁରେନ୍ଦ୍ର ତିୱାରୀ) କୋମନା ବ୍ଲକ୍ ରେ ଅଭିଯୋଗ ଶୁଣାଣି ଶିବିର ପରେ ଅପରାହ୍ନରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସିଆଲଟି ପଞ୍ଚାୟତର ବେଲରଦନା ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ, ଉପ ଜିଲ୍ଲାପାଳ,ସି ଡି ଏମ୍ ଓ , କୋମନା ବିଡ଼ିଓ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଯୋଗ ଦେଇଥିଲେ।ଏହି ପଞ୍ଚାୟତରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାl ସମାରୋହରେ ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟା ନୈନା ସାହୁ କୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ରୋପଣ ପାଇଁ ପ୍ରଦାନ କରି ଥିଲେ। ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଦୁଇ ଜଣ ଗର୍ଭବତୀ ମହିଳାଙ୍କୁ ଏହି ସମାରୋହରେ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ । ଏହାପରେ ଜିଲ୍ଲାରୁ ପ୍ରବାସୀ ଶ୍ରମିକ ସମସ୍ଯା ଦୂର କରିବା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲାl ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ସମସ୍ତଙ୍କୁ ସ୍ବାଗତ କରି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ସଭାରେ ଅତିଥି ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଜନ ସାଧାରଣଙ୍କୁ ପ୍ରବାସୀ ଶ୍ରମିକ ପ୍ରଥାର ଅପକାରୀତା ଓ ଏହାକୁ କିଭଳି ଭାବେ ନିରାକରଣ କରାଯାଇ ପାରିବ ସେ ବିଷୟରେ ସୂଚନା ଦେଇଥିଲେ।ଏହା ସହିତ ନୂଆପଡ଼ା ଏକକ ବ୍ୟବହୃତ୍ ପ୍ଲାଷ୍ଟିକ ମୁକ୍ତ ଜିଲ୍ଳା ଘୋଷିତ ହୋଇଥିବାରୁ ଏସବୁର ବ୍ୟବହାର ନ କରିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା। ଜିଲ୍ଲାପାଳ ସମସ୍ତଙ୍କୁ ସଂଵୋଧନ କରି କହିଲେ ଯେ ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ l ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି l ଆମେ ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ l ଏହି ଅବସରରେ ମନରେଗା ଯୋଜନାରେ ୧୦୦ ରୁ ଅଧିକ ଦିନ କାମ କରିଥିବା ଶ୍ରମିକ ମାନଙ୍କୁ , ଯେଉଁ ହିତାଧୀକାରୀ ମାନେ ସମୟ ପୂର୍ବରୁ ଆବାସ ଗୃହ ନିର୍ମାଣ କାର୍ଯ୍ୟ ସାରିଛନ୍ତି, ଏବଂ ସଫେଇ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା l ଶ୍ରମ ବିଭାଗ ତରଫରୁ ନୂତନ ଲେବର୍ କାର୍ଡ , ମୃତ୍ୟୁ କାଳୀନ ସହାୟତା, ବିବାହ ସହାୟତା ଇତ୍ୟାଦି ବଣ୍ଟନ କରାଯାଇଥିଲା l କାର୍ଯ୍ୟକ୍ରମ କୁ ମନଯୋଗ ସହକାରେ ଶୁଣି ଥିବାରୁ ଉର୍ମିଳା ଦିପ ଓ ଗଣେଶ ଧରୁଆଙ୍କୁ ଭଲ ଶ୍ରୋତା ହିସାବରେ ଜିଲ୍ଲାପାଳ ସମ୍ମାନିତ କରିଥିଲେ l ସ୍ଥାନୀୟ ଛାତ୍ରୀ ଓ କଳାକାର ମାନେ ଆକର୍ଷଣୀୟ ନୃତ୍ୟ ଗୀତ ପରିବେଷଣ କରିଥିଲେ l ଏହାପରେ ବନ ବିଭାଗ ପକ୍ଷରୁ ଆୟୋଜିତ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ବୃକ୍ଷରୋପଣ ସହିତ ପକ୍ଷୀ ମାନଙ୍କ ପାଇଁ ବସା ଓ ମାଟି ନିର୍ମିତ ପାଣି ଏବଂ ଖାଦ୍ୟ ପାତ୍ର ଗଛ ମାନଙ୍କୁ ଝୁଲାଇ ଦିଆ ଯାଇଥିଲା l ଏହି ଶିବିର ରେ ଜିଲ୍ଲାପାଳ ମଧୁସୁଦନ ଦାଶ, ଜିଲ୍ଲା ଉନୟନ୍ ଅଧିକାରୀ ଲମ୍ବୋଧର ଧରୁଆ, ସିଡ଼ିଏମଓ ଡ଼ଃ ଧନେଶ୍ଵର ସେଠି, ଉପ ଜିଲ୍ଲାପାଳ ସୁର୍ମି ସୋରେନ, କୋମନା ବିଡ଼ିଓ ସର୍ବେଶ୍ୱର୍ ଜାଲ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଏସ ଗୀତା, କୋମନା ସିଡିପିଓ ଦେବକୀ ମଲ୍ଲିକ, ସ୍ଥାନୀୟ ସରପଞ୍ଚ କାଳିଆ ପ୍ରଧାନ, ବନ ବିଭାଗ, ପଞ୍ଚାୟତିରାଜ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha