16
ଏହି ଅବସରରେ ରେଡକ୍ରସ ପାଣ୍ଠିରୁ ଯୁଗଳ କିଶୋର ଦଣ୍ଡସେନାଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ୍ ମାଧ୍ୟମରେ ପ୍ରଦାନ କରାଯାଇଥିଲା। ଏହି ସହାୟତା ମାନବିକତା ଓ ସାମାଜିକ ଦାୟିତ୍ୱବୋଧର ଏକ ଉଦାହରଣ ଭାବେ ପରିଗଣିତ ହୋଇଛି।
ନୂଆପଡ଼ା- ୨୯/୦୬- ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଓ ପ୍ରଶାସନକୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ ନୂଆପଡ଼ା ଜିଲ୍ଲାର ସିନାପାଲି ବ୍ଲକ ସଭାଗୃହ ରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ବିଭିନ୍ନ ଗ୍ରାମ ପଞ୍ଚାୟତ ରୁ ଆସିଥିବା ଲୋକଙ୍କ ଅଭିଯୋଗର ଶୁଣାଣି କରାଯାଇଥିଲା।
ଶିବିରରେ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର) ଏ. ମାଧବୀଲତା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ, ସିନାପାଲି ବିଡିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଡେପୁଟି କଲେକ୍ଟର ଶେଖ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ।ସିନାପାଲି ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଜନସାଧାରଣଙ୍କ ୭୯ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ଅଭିଯୋଗ ସହ ମୋଟ ୯୨ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ବିଭିନ୍ନ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଓ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ।
ସ୍ୱଚ୍ଛତା କ୍ଷେତ୍ରରେ ଜନସଚେତନତା ସୃଷ୍ଟି ଓ ଉଲ୍ଲେଖନୀୟ ଅବଦାନ ପାଇଁ ଚ ଟିଆଗୁଡ଼ାର ଅରବିନ୍ଦ ହୋତା, ଗୋଡାଲର ଅରୁଣ କୁମାର ହରିଜନ ଏବଂ ଘଣ୍ଟିଗୁଡ଼ାର କୁଞ୍ଜ ବିହାରୀ ମେହେରଙ୍କୁ ‘ସ୍ୱଚ୍ଛତା ଦୂତ’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହି ସମ୍ମାନ ସମାଜରେ ସ୍ୱଚ୍ଛତା ଓ ସଚେତନତା ବାର୍ତ୍ତାକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଇଛି।
କାର୍ଯ୍ୟକ୍ରମରେ ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ, ଜନସାଧାରଣ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ମାଧ୍ୟମରେ ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରଶାସନର ସକ୍ରିୟତା ଓ ଜନମୁଖୀ କାର୍ଯ୍ୟଧାରା ପ୍ରତିଫଳିତ ହୋଇଥିବା ମତ ପ୍ରକାଶ ପାଇଛି।