100
🔷 🌳 ‘ଝିଅ ପାଇଁ ଗଛଟିଏ’ ଓ ‘ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ’:
ନୂଆପଡ଼ା – ୧୦/୦୮- ସିନାପାଲି ବ୍ଲକ ଅନ୍ତର୍ଗତ ଘାଟମାଲ ଗ୍ରାମ ପଞ୍ଚାୟତର ତାଲାକୋଟ ଗ୍ରାମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ଏକ ବୃହତ୍ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଏବଂ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।


ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ସିନାପାଲି ବିଡିଓ କାର୍ମୀ ଓରାମ, ତହସିଲଦାର ଉପାଞ୍ଜଳି ମାଝୀ, ସ୍ଥାନୀୟ ସରପଞ୍ଚ ଟେକରାମ ମାଝୀଙ୍କ ସମେତ ବହୁ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।