Home ରାଜ୍ୟସିନାପାଲି ବ୍ଲକ୍ କରଣବାହାଲି ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ।

ସିନାପାଲି ବ୍ଲକ୍ କରଣବାହାଲି ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ।

by Maraguda Express
0 comments
ନୂଆପଡ଼ା – ୩୧/୦୩ – ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ କରଣବାହାଲି ଗ୍ରାମ ପଞ୍ଚାୟତରେ ଗତକାଲି  ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭା ରେ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଦ୍ବାରିକାନାଥ ଶତପଥୀ, ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝି,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଧୁରୀ ମାଝୀ, ଉପାଧ୍ୟକ୍ଷା ଶ୍ରୀମତୀ ମୀନା ଘିବେଲା, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ପୁଷ୍ପାଞ୍ଜଳୀ ଗୁଆଲ ,ସ୍ଥାନୀୟ ସରପଞ୍ଚ ଉଦିତ ନାରାୟଣ ଖର୍ସେଲ୍ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ, ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ।
ନିଜ ଅଭିଭାଷଣରେ ଜିଲ୍ଲାପାଳ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଲୋକଙ୍କୁ ବିଭିନ୍ନ ଜନ ମଙ୍ଗଳ ଯୋଜନାରେ ଯୋଡିବା ପାଇଁ ଆହ୍ବାନ ଦେଇଥିଲେ। ଜିଲ୍ଲାରେ ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ଲୋକଙ୍କ ସହଯୋଗିତା ଓ ସହଭାଗିତା ଉପରେ ଗୁରୁତ୍ୱ ଦେଇଥିଲେ। ସେ କହିଲେଯେ ,ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନଯିବା ପାଇଁ ସମସ୍ତେ ପଣ କରନ୍ତୁ ଏବଂ ଗ୍ରାମରେ ରହି ମନରେଗା ଯୋଜନାରେ କାମ କରନ୍ତୁl ଯେଉଁମାନେ ଆଗରୁ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇଥିଲେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ l ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ l ପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଜିଲ୍ଲାପାଳ ନବ ଜାତକ ଶିଶୁ କନ୍ୟା ନିକିତା ମାଝୀକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ତିନି ଜଣ ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ l ଏହି ଅବସରରେ, ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ମଞ୍ଜୁଳା କଟା, ନୟନା ସାହୁ ଓ ସୁବ୍ରତ ହାଥିଙ୍କ ପରିବାରକୁ ୩ ଲକ୍ଷ ୫ ହଜାର ଟଙ୍କା ଲେଖାଏ ମୃତ୍ୟୁ ସହାୟତା, ପୁସ୍ତମ୍ ଛତ୍ରିଆଙ୍କୁ ଆଠ ହଜାର ଚାରି ଶହ ଟଙ୍କା ଶିକ୍ଷା ସହାୟତା ଓ ନିଲା କାଣ୍ଟଙ୍କ ପରିବାରକୁ ୫୦ ହଜାର ଟଙ୍କାର ବିବାହ ସହାୟତା ପ୍ରଦାନ କରାଯାଇଛି।
ଶିବିରରେ ପାଞ୍ଚଟି ପ୍ରବାସୀ ଶ୍ରମିକ ପରିବାରକୁ ସମ୍ୱର୍ଦ୍ଧିତ କରାଯାଇଥିଲା। ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ଲଳିତ ମାଝିଙ୍କୁ ୨୦ ହଜାର ଟଙ୍କା ଓ ଡେରାମ ଗୁଆଲଙ୍କୁ ୧୦ ହଜାର ଟଙ୍କା ପ୍ରସହନ ରାଶି ପ୍ରଦାନ କରାଯାଇଛି।
ମନରେଗା ଯୋଜନାରେ ୧୦୦ ରୁ ଅଧିକ ଦିନ କାମ କରିଥିବା ଶ୍ରମିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l
ସେହିପରି, ୬ ଜଣ ହିତାଧିକାରୀଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ସ୍ବୀକୃତି ଶିରୋନାମା ଓ ୨ଗୋଟି ଗୋଷ୍ଠୀଗତ ଜଙ୍ଗଲ ଅଧିକାର ସ୍ବୀକୃତି ଶିରୋନାମା ବଣ୍ଟନ କରାଯାଇଥିଲା।
ଏହି ଶିବିରକୁ ସିନାପାଲି ବିଡ଼ିଓ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଏସ ଗୀତା ,ସ୍ଥାନୀୟ ସରପଞ୍ଚ, ବନ ବିଭାଗ, ପଞ୍ଚାୟତିରାଜ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha