Home ରାଜ୍ୟସିନାପାଲି ବ୍ଲକ୍ ରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

by Maraguda Express
0 comments
ନୂଆପଡ଼ା -୨୪/୧୧ (ସୁରେନ୍ଦ୍ର ତିୱାରୀ) ଆଜି ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଅତିରିକ୍ତ ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ , ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ଉପାଧ୍ୟକ୍ଷା ମୀନା ଘିବେଲା,ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଚିନ୍ମୟ ସାଗର, ଶେଖ୍ ନସୀମ, ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ ଶୁଣାଣି ହୋଇଥିଲା।
ଜନ ଶୁଣାଣି ଶିବିର ଉପଲକ୍ଷେ ଟିମନପୁର ପଞ୍ଚାୟତରେ ଏକ ରକ୍ତଦାନ ଶିବିର ଓ ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା। ଆଜି ଶିବିରରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ l ପରେ ଟିମନପୁର ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା l ଏହି ଗ୍ରାମ ପଞ୍ଚାୟତରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ଏକ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା ।

You may also like

Leave a Comment

Maraguda Express is a dynamic and reliable digital news platform committed to delivering fast, accurate, and unbiased news to the people. Rooted in journalistic integrity, Maraguda Express covers a wide range of topics including breaking news, politics, current affairs, development, culture, and regional issues, with a special focus on the voice of local communities

Edtior's Picks

Latest Articles

All Right Reserved. Designed and Developed by Web Odisha