43

ନୂଆପଡ଼ା -୧୩/୩ (ମାରାଗୁଡ଼ା ଏକ୍ସପ୍ରେସ) ନୂଆପଡା ଜିଲ୍ଲା ତଥା ଓଡ଼ିଶାର ମହିଳା ଉଦ୍ୟୋଗୀ ମାନଙ୍କୁ ସୁଯୋଗ ଦେବା ସହିତ ସାଂସ୍କୃତିକ ପରମ୍ପରାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ, ନୂଆପଡ଼ା ଓ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର ଆନୁକୂଲ୍ୟରେ ନୂଆପଡ଼ା ସ୍ଥିତ ନେସନାଲ ମହାବିଦ୍ୟାଳୟ ପଡ଼ିଆରେ ଚାଲୁଥିବା ଜିଲ୍ଲା ସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬’ ର ଆଜି ତୃତୀୟ ସାଂସ୍କୃତିକ ସନ୍ଧ୍ୟା ଉତ୍ସାହ ଓ ଉଲ୍ଲାସମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।